oom

ପ୍ରବାଦ ପୁରୁଷ ସ୍ଵର୍ଗତ ବିଜୁ ପଟ୍ଟନାୟକଙ୍କ ୨୬ତମ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମନ୍ତ୍ରୀ ଟୁକୁନି ସାହୁ

jsmm

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଆଜି ହେଉଛି ଆଧୁନିକ ଓଡ଼ିଶାର ନିର୍ମାତା, ଲୋକପ୍ରିୟ ଜନନେତା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ । ଏହି ଅବସରରେ ଟିଟିଲାଗଡ଼ ବିଜୁ ପଟ୍ଟନାୟକ ଛକରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଟିଟିଲାଗଡ଼ର ବିଧାୟିକା ତଥା ବାଣିଜ୍ୟ ପରିବହନ ଓ ଜଳସମ୍ପଦ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ । ଏହି ସମୟରେ ମନ୍ତ୍ରୀଙ୍କ ସହିତ ଟିଟିଲାଗଡ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସଂଯୁକ୍ତା ନାଏକ, ପୂର୍ବତନ ବ୍ଲକ ଅଧ୍ୟକ୍ଷା ରମାକାନ୍ତି ପଟେଲ, ଉମାଦେବୀ ଅଗ୍ରୱାଲ, ଅଞ୍ଜନା ବର୍ମା, ଜିଲ୍ଲା ପରିଷଦ ଶ୍ରୀମତୀ ଗୀତା ବିଶି, ପୂର୍ବତନ ନଗରପାଳ ଗୋବର୍ଦ୍ଧନ ନାଗ, ମନ୍ତ୍ରୀଙ୍କ ପ୍ରତିନିଧି ଅରୁଣ କୁମାର ମିଶ୍ର, ବିଜେଡ଼ିର ସମସ୍ତ ନିର୍ବାଚିତ କାଉନସିଲରମାନଙ୍କ ସହିତ ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳର ଜଗଦୀଶ ମହାଲିଙ୍ଗ, ରାଜେଶ ପ୍ରଧାନ, ରାଜୁ ପାତ୍ର, ମୁନା ବେହେରା, ସନ୍ଦିପ ତ୍ରିପାଠୀ, ଲାଲା ବର୍ମା, ବୈକୁଣ୍ଠ ନାଗ ଏବଂ ବିଜେଡିର ବହୁତ କର୍ମକର୍ତ୍ତା ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.