ପୁଇଁନ୍ତଲା, (କେପିଏନ୍ଏସ୍) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ମଲମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୯ତମ ସ୍ଵାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥିଭାବେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ନନ୍ଦଲାଲ ସେଠ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ତଥା ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ପଟେଲଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଅଙ୍ଗନୱାଡିର କୁନି କୁନି ଛାତ୍ରଛାତ୍ରୀ ଯୋଗ ଦେଇଥିବା ବେଳେ ଶିକ୍ଷୟିତ୍ରୀ ରଞ୍ଜିତା ଜେନା, କଳ୍ପନା ରାଣୀ ପଟେଲ, ଇତିଶ୍ରୀ ଦାଶ, ଶିକ୍ଷକ କାନ୍ହା ସାହୁ, ବିଦ୍ୟାଳୟ ପରିଚାଳନା କମିଟୀ ସମସ୍ତ ସଦସ୍ୟ ସଦସ୍ୟା, ଅଙ୍ଗନୱାଡି କର୍ମୀ, ଅବିଭାବକ ପ୍ରମୁଖ ସହଯୋଗ କରିଥିଲେ । ଏହି ଅବସରରେ ବିଦ୍ୟାଳୟ ପରିସରରେ ଛାତ୍ରଛାତ୍ରୀମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗୀତା ଓ ନାଚ ଗୀତ ଆଦି ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇ ମିଷ୍ଟାନ୍ନ ବଣ୍ଟନ ହୋଇଥିଲା ।
