ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଉତ୍କଳ ଗୌରବ ବିଦ୍ୟାନିକେତନ ପରିସରରେ ୭୭ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ସମାରୋହରେ ମୁଖ୍ୟ ଅତିଥିଭାବେ ବିଶିଷ୍ଟ ସମାଜସେବୀ ତଥା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସେକ୍ସନ ଅଧିକାରୀ ନଗେନ୍ଦ୍ର ପ୍ରଧାନ, ସମ୍ମାନିତ ଅତିଥିଭାବେ ସ୍ଥାନୀୟ ସରପଞ୍ଚ ରଶ୍ମିତା ବେହେରା ପ୍ରାକ୍ତନ ସରପଞ୍ଚ ଭାଗିରଥି ପ୍ରଧାନ, ପ୍ରଧାନ ଶିକ୍ଷକଙ୍କ ସମେତ ଅନ୍ୟାନ୍ୟ ଅତିଥିମାନେ ଯୋଗଦେଇ ସମବେତ ଜାତୀୟ ସଂଗୀତ ଜ୍ଞାନ ସହ ଜାତୀୟ ପତକା ଉତ୍ତୋଳନ କରି ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । କ୍ରୀଡା ଶିକ୍ଷକ ପୁରୁଷୋତ୍ତମ ମୁଦୁଲି ସ୍ୱାଗତ ଭାଷଣ, ଅତିଥି ପରିଚୟ ପ୍ରଦାନ ସହ ମଞ୍ଚ ପରିଚାଳନା କରିଥିଲେ । ଏହି ଅବସରରେ ବିଦ୍ୟାଳୟ ପରିସରରେ ଛାତ୍ରଛାତ୍ରୀମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଓ ଦେଶାତ୍ମକ ନାଚ ଗୀତ ଆଦି ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇ କୃତି ଛାତ୍ରଛାତ୍ରୀମାନଙ୍କୁ ଅତିଥିଙ୍କ ଦ୍ୱାରା ଉପଢୌକନ, ପ୍ରଶଂସା ପତ୍ର ଓ ଫୁଲତୋଡ଼ା ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ପରିଚାଳନା କମିଟିର ସଭ୍ୟସଭ୍ୟା, ଛାତ୍ରଛାତ୍ରୀ, ଶିକ୍ଷାକର୍ମୀ ଏହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ କ୍ରୀଡା ଶିକ୍ଷକ ମୁଦୁଲି ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରଭାତ ଫେରୀ ସହ ଦେଶାତ୍ମକ ସ୍ଲୋଗାନ ଦେଇ ଛାତ୍ରଛାତ୍ରୀମାନେ ଗ୍ରାମ ପରିକ୍ରମା କରିଥିଲେ । ପିଲାମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା ।