ପଲ୍ଲୀ ଆଲୋକ ପାଠାଗାର ପକ୍ଷରୁ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପଲ୍ଲୀ ଆଲୋକ ପାଠାଗାର ନଅଗାଁ (ଖ) ତରଫରୁ ୭୫ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ସମ୍ପାଦକ ପ୍ରଶାନ୍ତ ନାୟକଙ୍କ ପରିଚାଳନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଲୋଇସିଂହା ବିଧାୟକ ଡ଼. ମୁକେଶ ମହାଳିଙ୍ଗ ଉପସ୍ଥିତ ରହି ପତାକା ଉତ୍ତୋଳନ କରିଥିବା ବେଳେ ଗ୍ରାମର ସମସ୍ତ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀଙ୍କ ସମେତ ସମସ୍ତ ବେସରକାରୀ ଅନୁଷ୍ଠାନର କର୍ମକର୍ତ୍ତା ତଥା ଗ୍ରାମବାସୀ ସକ୍ରିୟ ଅଂଶଗ୍ରହଣ କରିଥିଲେ । ଏହି ଅବସରରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ଗତ ରାଜ୍ୟସ୍ତରୀୟ ସୁରଭି ମିଲେଟ ଉପରେ ଆୟୋଜିତ ବକ୍ତୃତା ପ୍ରତିଯୋଗିତାରେ ପ୍ରଥମ ହୋଇଥିବା ନଅଗାଁ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଜସ୍ମିନ ଭୋଇ, ସରକାରୀ ପ୍ରାଥମିକ ବିଦ୍ୟାଳୟର ଛାତ୍ର ଶେଖର ବିଶ୍ୱାଳ ତଥା ବୃତ୍ତି ପାଇଥିବା ତୃତୀୟ ଶ୍ରେଣୀ ଛାତ୍ରୀ ଶ୍ରୀୟା ବୈଷ୍ଣବି ଦୋରାଙ୍କୁ ପୁରସ୍କୃତ କରାଯିବା ସହିତ ଅବସରପ୍ରାପ୍ତ ଖେଳ ଶିକ୍ଷକ ସୀତାରାମ ପଧାନଙ୍କୁ ପୁରସ୍କୃତ କରାଯାଇଥିଲା । ପରେ ଗ୍ରାମରେ ସଫେଇ କାର୍ଯ୍ୟକ୍ରମ କରାଯାଇଥିଲା । କାର୍ଯ୍ୟକ୍ରମ ପରିଚାଳନାରେ ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.