centurian jitm

ହରଭଙ୍ଗା ବିଦ୍ୟାଳୟରେ ବିଶ୍ୱ ରେଡ଼କ୍ରସ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ହରଭଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ପ୍ରଧାନଶିକ୍ଷକ ତଥା ରେଡ଼କ୍ରସ କାଉନସିଲର ଦୁର୍ଯୋାଧନ ପଶାୟତଙ୍କ ଅଧ୍ୟକ୍ଷତାରେ ବିଶ୍ୱ ରେଡ଼କ୍ରସ ଦିବସ ପାଳିତ ହୋଇଯାଇଛି । ସେମେଲମୁଣ୍ଡା ଉ. ପ୍ରା. ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ନନ୍ଦ ଓ ସ୍ଥାନୀୟ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବିପିନ ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ଆଜିର ଦିବସରେ ରେଡ଼କ୍ରସର ପ୍ରତିଷ୍ଠାତା ହେନେରୀ ଡୁନାଣ୍ଟଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ ରେଡ଼କ୍ରସର ଆଭିମୁଖ୍ୟ, ସ୍ୱାସ୍ଥ୍ୟ, ସେବା ଓ ବନ୍ଧୁତାରେ ବ୍ରତୀ ହୋଇ ରେଡ଼କ୍ରସର ମହନୀୟ ଗୁଣ”ସେବା “କାର୍ଯ୍ୟକ୍ରମକୁ ସମାଜରେ ଜାରି ରଖିବାକୁ ମତ ପ୍ରକାଶ ପାଇଥିଲା । ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅନଲାଇନ ମାଧ୍ୟମରେ ଏକ ଚିତ୍ରାଙ୍କନ ଓ ପ୍ରବନ୍ଧ ପ୍ରତିଯୋଗିତା କରାଯାଇ କୃତୀ ଶିକ୍ଷାର୍ଥୀଙ୍କୁ ପ୍ରଶଂସିତ କରାଯାଇଥିଲା । ବିଦ୍ୟାଳୟର ଶିକ୍ଷକ ଗୋବିନ୍ଦ ସାହୁ, ଦିଲ୍ଲୀପ କୁମାର ଥନାପତି, ରାଜକିଶୋର ମହାକୁର ତଥା ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ /ସଭ୍ୟା ଯୋଗଦାନ କରି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଶିକ୍ଷକ ଗୋବିନ୍ଦ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.