
ଭୁବନେଶ୍ୱର, (କେପିଏନ୍ଏସ୍) : ଆଜି ବିଶ୍ୱ ପ୍ରେସ୍ ସ୍ୱାଧୀନତା ଦିବସ । ପ୍ରତି ବର୍ଷ ମେ’ ମାସ ୩ ତାରିଖରେ ପାଳିତ ହୁଏ ବିଶ୍ୱ ପ୍ରେସ୍ ସ୍ୱାଧୀନତା ଦିବସ । ଜାତିସଂଘ ସାଧାରଣ ସଭା ୧୯୯୩ ମସିହାରେ ଆଜିର ଦିନକୁ ପ୍ରେସ୍ ସ୍ୱାଧୀନତା ଦିବସ ଭାବେ ପାଳନ ନିମନ୍ତେ ଘୋଷଣା କରିଥିଲା । ଚଳିତ ବର୍ଷ ଏହି ଦିବସର ବିଷୟ ରହିଛି ‘ଜର୍ନାଲିଜମ୍ ଅଣ୍ଡର୍ ଡିଜିଟାଲ ସିଜ୍’ । ସାମ୍ବାଦିକତା କ୍ଷେତ୍ରରେ ମହତ୍ୱପୂର୍ଣ୍ଣ ଯୋଗଦାନ ଦେଇଥିବା ବ୍ୟକ୍ତିଙ୍କୁ ଏ ଅବସରରେ ସମ୍ମାନିତ କରାଯାଇଥାଏ । ସ୍ୱାଧୀନତା ଅଧିକାରର ରକ୍ଷା ଓ ସମ୍ମାନ ସରକାରଙ୍କ କର୍ତ୍ତବ୍ୟ, ଏହି କଥା ମନେ ପକାଇବା ଉଦ୍ଦେଶ୍ୟରେ ପ୍ରତି ବର୍ଷ ପ୍ରେସ୍ ସ୍ୱାଧୀନତା ଦିବସ ପାଳିତ କରାଯାଇଥାଏ ।