ଡୁଙ୍ଗୁରିପାଲି, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ୱରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ଏହି ଅବସରରେ ଅନୁଷ୍ଠିତ ସଭାକୁ ସଂଯୋଜନା କରିବା ସହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଚନ୍ଦଳିର ସହକାରୀ ଶିକ୍ଷୟିତ୍ରୀ ନିତୁ ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଆମ ସମାଜରେ ଝିଅମାନଙ୍କ ଅବଦାନ ପୁଅ ମାନଙ୍କଠାରୁ କୌଣସି ଗୁଣରେ କମ୍ ନୁହେଁ ବୋଲି ମତ ପ୍ରଦାନ କରିଥିଲେ । ସଭାରେ ସମ୍ମାନିତ ଅତିଥି ଭାବରେ ଶିକ୍ଷକ ସମ୍ପଦ ଖମାରୀ ଓ ରାଜୁ ମେହେର ମଞ୍ଚାସୀନ ହୋଇ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ । ଛାତ୍ରୀ ଶ୍ରୀମୟୀ ସେଠ୍ ସ୍ୱାଗତ ସଙ୍ଗୀତ ଗାନ କରିଥିବା ବେଳେ ଛାତ୍ରୀ ପୂଜାରାଣୀ, ଝରଣା, ଅଭା, ଦୀପ୍ତିଶିଖା ଓ ପ୍ରୀତି ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ ସୋନପୁର ଜଙ୍ଗଲ ବିଭାଗ ଦ୍ଵାରା ଆୟୋଜିତ ଜିଲ୍ଲା ସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତାରେ ତୃତୀୟ ସ୍ଥାନ ଅଧିକାର କରିଥିବା ନବମ ଶ୍ରେଣୀର ଛାତ୍ରୀ ପାୟଲ ବିଶ୍ଵକର୍ମାଙ୍କୁ ଅତିଥିମାନେ ସମ୍ବର୍ଦ୍ଧିତ କରିଥିଲେ । ଶେଷରେ ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ। । କାର୍ଯ୍ୟକ୍ରମରେ, ସଞ୍ଜୀବ ପୂଜାରୀ, ବିଭୀଷଣ ଖମାରୀ, ମୀନକେତନ ଦାସ, ସୁରଜ୍ ଖମାରୀ, ସମୀର କାଠର, ସୌଭାଗିନି ସାହୁ, ସୂର୍ଯ୍ୟକାନ୍ତୀ କାଣ୍ଡ ପ୍ରମୁଖ ସହଯୋଗ କରିଥିଲେ ।