ରାଜ୍ୟ ପୁଲିସ ମୁଖ୍ୟାଳୟରେ ୬୬ତମ ଶହୀଦ ଦିବସ ଅନୁଷ୍ଠିତ

ଭୁବନେଶ୍ୱର : ମଙ୍ଗଳବାର ପୂର୍ବାହ୍ନରେ ରାଜ୍ୟ ପୋଲିସ ମୁଖ୍ୟାଳୟ ପରିସରରେ ୬୬ତମ ପୁଲିସ ଶହୀଦ ସ୍ମୃତି ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଦେଶ ତଥା ମାତୃଭୂମିର ସୁରକ୍ଷା ଓ ସମ୍ମାନ ପାଇଁ କର୍ମକ୍ଷେତ୍ରରେ ଶହୀଦ ହୋଇଥିବା ବୀର ମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହାସହ ବୀର ଶହୀଦଙ୍କ ପରିବାରବର୍ଗ ପ୍ରତି ମଧ୍ୟ ସମବେଦନା ଜ୍ଞାପନ କରିଛନ୍ତି । ଏହି ପରିପ୍ରେକ୍ଷୀରେ ରାଜ୍ୟ ଆରକ୍ଷୀ ବାହିନୀ ତରଫରୁ ବୀର ଶହୀଦମାନଙ୍କ ପ୍ରତି ଆନୁଷ୍ଠାନିକ ଶୋକଶସ୍ତ୍ର ପ୍ରଦର୍ଶନ କରିବା ସହ ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରାଯିବା ସହ ସମ୍ମାନ ପ୍ରଦର୍ଶନ କରାଯାଇଥିଲା ।

Leave A Reply

Your email address will not be published.