ମୁରିବାହାଲ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସମ୍ବିଧାନ ଦିବସ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବୁଧବାର ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଅଧ୍ୟକ୍ଷ ରମେଶ ଚନ୍ଦ୍ର ମହାନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ହୃଦାନନ୍ଦ ପୁହାଣ, ରାଧାଶ୍ୟାମ ତ୍ରିପାଠୀ, ବିକ୍ରମ ତାଣ୍ଡି, ଭବାନୀ ପୋଡ଼, ସୁପ୍ରିୟା ନାଗ ପ୍ରମୁଖ ଅତିଥି ରୂପେ ମଞ୍ଚାସିନ ଥିଲେ । ଏହି ଅବସରରେ ଅତିଥିମାନେ ସମ୍ବିଧାନ ଦିବସର ତାତ୍ପର୍ଯ୍ୟ ସମ୍ପର୍କରେ ନିଜ ନିଜର ସୁଚିନ୍ତିତ ମତବ୍ୟକ୍ତ କରିଥିଲେ । ଏଥିରେ କଲେଜର ସମସ୍ତ ଶିକ୍ଷକ, ଅଣଶିକ୍ଷକ କର୍ମଚାରୀ ଓ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ । ଅଧ୍ୟାପକ ବିକ୍ରମ ତାଣ୍ଡି ଧନ୍ୟବାଦ ଦେଇଥିଲେ ।

Leave A Reply

Your email address will not be published.