ଜେବିବିଏସଏନରେ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳନ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣର ଆନୁକୂଲ୍ୟରେ ଦେଓଗାଁ ବ୍ଲକ ସାଲେପାଲି ସ୍ଥିତ ଜଗତର ବନ୍ଧୁ ବିଶ୍ୱଭାରତୀ ଶିକ୍ଷା ନିକେତନରେ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆଇନସେବା ପ୍ରାଧିକରଣର ସମ୍ପାଦକ ପବିତ୍ରାନନ୍ଦ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପ୍ରବେସନର୍ ରାଜଶ୍ରୀ ପ୍ରିୟଦର୍ଶିନୀ, ସମ୍ପାଦକ ବିନୋଦିନୀ ମେହେର, ଶିକ୍ଷକମାନେ ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ । ଅତିଥି ମାନେ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସର ତାତ୍ପର୍ଯ୍ୟ ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ବୁଝାଇଥିଲେ । ସଙ୍ଗୀତ ଶିକ୍ଷକ ଶିବ ପ୍ରସାଦ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ତିଳୋତ୍ତମା ସ୍ଵାଇଁ ଧନ୍ୟବାଦ୍ ଅର୍ପଣ କରିଥିଲେ ।

Leave A Reply

Your email address will not be published.