ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଏନଏସି ଅନ୍ତର୍ଗତ ବଡଗାଁ ସ୍ଥିତ ପିଏମ୍ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ବାଳିକା ଦିବସ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଆସ୍ତିକ ମୁଖୀଙ୍କ ତତ୍ୱାବଧାନରେ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟ ନିକଟରୁ ଏକ ସଚେତନତା ଶୋଭାଯାତ୍ରା ବାହାରି ବାଳିକା ଦିବସ ସମ୍ପର୍କିତ ବିଭିନ୍ନ ସ୍ଲୋଗାନ ମାନ ଦେଇ ସମଗ୍ର ଗାଁ ପରିକ୍ରମା କରିବା ସହ ବିଦ୍ୟାଳୟରେ ପହଞ୍ଚିବା ପରେ ଏକ ସଭାର ଆୟୋଜନ ହୋଇଥିଲା । ଉକ୍ତ ସଭାରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଆସ୍ତିକ ମୁଖୀଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଉପସ୍ଥିତ ରହି ଜାତୀୟ ବାଳିକା ଦିବସର ମହତ୍ୱ ଓ ତା’ ର କାର୍ଯ୍ୟକାରିତା ସମ୍ପର୍କରେ ଉପସ୍ଥିତ ଛାତ୍ରୀମାନଙ୍କୁ ସମ୍ୟକ ସୂଚନା ପ୍ରଦାନ କରିଥିଲେ । ଶେଷରେ ଶ୍ରୀ ମୁଖି ଧନ୍ୟବାଦ ଅର୍ପଣ କରିଥିଲେ ।