
ତୁଷୁରା, (କେପିଏନ୍ଏସ୍) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଛାତ୍ରଛାତ୍ରୀଙ୍କୁ ଉଦ୍ବୋଧନ ଦେଇ ଡ. ଦାଶ କହିଥିଲେ ଗାନ୍ଧୀଜୀଙ୍କ ଅହିଂସା ଓ ଶାସ୍ତ୍ରୀଜୀଙ୍କ କର୍ତ୍ତବ୍ୟବୋଧ ସମାଜକୁ ନବ ଦିଗନ୍ତ ଦେଖାଉ । ସଭା ପ୍ରାରମ୍ଭରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଦୁଇ ମହାପୁରୁଷଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ବିନମ୍ର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଶିକ୍ଷୟିତ୍ରୀ ବିନ୍ଦୁ ମାହାଣା ଅତିଥି ପରିଚୟ ପ୍ରଦାନ କରିଥିଲେ ଓ ଶିକ୍ଷୟିତ୍ରୀ ରଞ୍ଜିତା ନାଗ ଧନ୍ୟବାଦ ଅର୍ପଣ କରିଥିଲେ । ଶିକ୍ଷୟିତ୍ରୀ ପ୍ରଶାନ୍ତି ଦାସ ଓ ଆକାଂକ୍ଷା ରାଣୀ ଯୋଶୀ ସହଯୋଗ କରିଥିଲେ ।