csstore

କେଉଁଝର ଟ୍ରକ ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

  • ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା, ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ରାତିରେ କେଉଁଝର ଜିଲ୍ଲା ଷଠୀଘର ଠାରେ ହୋଇଥିବା ଟ୍ରକ ଦୁର୍ଘଟଣାରେ ପାଞ୍ଚ ଜଣ ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଦୁର୍ଘଟଣାରେ ଆହତ ମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

jayashree
Leave A Reply

Your email address will not be published.