oom

ସ୍କୁଲ ଗାଡ଼ି ସହ ଧକ୍କା ହେଲା ଟ୍ରକ୍ : ଡ୍ରାଇଭର୍ ମୃତ

jsmm

କେନ୍ଦୁଝର : ସ୍କୁଲ୍ ଗାଡ଼ି ସହ ଟ୍ରକ୍ ମୁହାଁମୁହିଁ ଧକ୍କା । ଡ୍ରାଇଭର୍ ମୃତ, ୧୦ ଛାତ୍ରଛାତ୍ରୀଙ୍କ ସମେତ ଶିକ୍ଷୟିତ୍ରୀ ଗୁରୁତର । କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ନୂଆଗାଁ ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି । ଆହତ ଶିକ୍ଷୟିତ୍ରୀ ଏବଂ ଛାତ୍ରଛାତ୍ରୀଙ୍କୁ ସାଇଁକୁଳ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନାନୁଯାୟୀ, ସୋମବାର ସକାଳେ ରାମଚନ୍ଦ୍ରପୁର ଥାନା ଖଲଣାରେ ଥିବା ଜାଭିୟର ସ୍କୁଲର ଛାତ୍ରଛାତ୍ରୀଙ୍କୁ ନେଇ ଏକ ବୋଲେରୋ ଯାଉଥିବା ବେଳେ ୨୦ନଂ ଜାତୀୟ ରାଜପଥ ନୂଆଗାଁ ପେଟ୍ରୋଲ ପମ୍ପ ନିକଟରେ ଏକ ଟ୍ରକ୍ ସହ ଧକ୍କା ହୋଇଥିଲା । ବୋଲେରୋଟି ରାସ୍ତା କଡ଼କୁ ଓଲଟି ପଡ଼ିଥିଲା । ଫଳରେ ଘଟଣାସ୍ଥଳରେ ଡ୍ରାଇଭର୍‌ଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଶିକ୍ଷୟତ୍ରୀ ଓ ୨ ଜଣ ଛାତ୍ରଛାତ୍ରୀ ଗୁରୁତର ହୋଇଥିଲେ । ଅନ୍ୟ ୮ ଜଣ ଛାତ୍ରଛାତ୍ରୀ ଆହତ ହୋଇଥିଲେ । ସମସ୍ତ ଗୁରୁତର ଆହତଙ୍କୁ ଉଦ୍ଧାର କରି ସାଇଁକୁଳ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣା ସ୍ଥଳରୁ ଟ୍ରକ୍ ଡ୍ରାଇଭର ଫେରାର ଥିବା ବେଳେ ପୁଲିସ ପହଁଞ୍ଚି ତଦନ୍ତ ଆରମ୍ଭ କରିଛି ।

jittmm
Leave A Reply

Your email address will not be published.