centurian jitm

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୪ ମୃତ, ୪ ଗୁରୁତର

nschool

ଫୁଲବାଣୀ : କନ୍ଧମାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଲାହାବାଡ଼ି ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ସୂଚନା ଅନୁସାରେ ଏକ ଜନ୍ମଦିନ ଭୋଜିରେ ଯୋଗଦେଇ କାରରେ ଫେରୁଥିବା ବେଳେ କାର୍‌ଟି ଖରାପ ହୋଇଯିବାରୁ ରାସ୍ତା ଉପରେ ଅଟକି ଯାଇଥିଲା । ସେହି ସମୟରେ ଏକ ଦ୍ରୁତଗାମୀ ଟ୍ରକ ସେହି କାରକୁ ପଛପଟୁ ଧକ୍କା ଦେବାରୁ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୪ ଜଣ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ତେବେ ମୃତକଙ୍କ ମଧ୍ୟରେ ୨ ଜଣ ଶିଶୁ ଥିବା ଜଣାପଡିଛି । ଖବର ପାଇ ଘଟଣାସ୍‌ସ୍ଥଳରେ ପୋଲିସ ପହଂଚି ତଦନ୍‌ନ୍ତ ଜାରି ରଖିଥିବା ଜଣାପଡ଼ିଛି ।

Leave A Reply

Your email address will not be published.