ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ, ୧ ଗୁରୁତର

ବ୍ରହ୍ମଗିରି : ପୁରୀ ଜିଲ୍ଲା ବ୍ରହ୍ମଗିରି ଜାତୀୟ ଜଗନ୍ନାଥରୋଡ଼ ଛକ ଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପହିଛି । କାର ଓ ବାଇକ୍‌ ମଧ୍ୟରେ ଧକ୍‌କ୍କା ହୋଇ ୨ ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିବା ଜଣାପଡିଛି । ୧୦୮ ଆମ୍ବୁଲାନ୍ସ ଯୋଗେ ଗୁରୁତର ଯୁବକଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଚିକିତ୍ସାଧିନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ଘଟିଥିବା ଡାକ୍ତର ଘୋଷଣା କରିଛନ୍ତି । ଅନ୍ୟଜଣକଙ୍କ ଚିକିତ୍ସା ଜାରି ରହିଛି । ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ଯୁବକ ଜଣକ ବ୍ରହ୍ମଗିରି ଥାନା ଅନ୍ତର୍ଗତ ରେବଣା ନୂଆଗାଁର କାହ୍ନୁ ଚାରଣ ବରାଳ ବୋଲି ଜଣାପଡିଛି ।

Leave A Reply

Your email address will not be published.