ମର୍ମନ୍ତୁଦ ସଡକ ଦୁର୍ଘଟଣା, ୧ ମୃତ

ପାଟଣା : କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଗମ୍ଭାରୀଆ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ମୃତକ ଜଣକ ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଅନ୍ତର୍ଗତ ତଣ୍ଡ ଗ୍ରାମର ତ୍ରିଲୋଚନ ମହାନ୍ତଙ୍କ ପୁତ୍ର ଦିଗ୍ ବିଜୟ ମହାନ୍ତ ବୋଲି ଜଣାପଡିଛି । ସୂଚନାନୁଯାୟୀ, ଦିଗ୍‌ବିଜୟ ରାଉରକେଲାର ଏକ ଷ୍ଟିଲ୍ ପ୍ଲାଣ୍ଟରେ ଇଲେକ୍ଟ୍ରିକାଲ ଇଞ୍ଜିନିୟର ଭାବେ କାର୍ଯ୍ୟରତ ଥିଲେ । ଶନିବାର ବିଳମ୍ବିତ ରାତିରେ ବାଇକ୍ ଯୋଗେ ନିଜ ଗ୍ରାମକୁ ଫେରୁଥିବା ବେଳେ ତାଙ୍କୁ ଏକ ଅଜଣା ଗାଡି ଧକ୍କା ଦେଇଥିଲା । ସ୍ଥାନୀୟ ଲୋକେ ଦିଗ୍‌ବିଜୟଙ୍କୁ ୧୦୮ ଆମ୍ବୁଲାନ୍ସରେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ, ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।

Leave A Reply

Your email address will not be published.