ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଲେ ଫଟୋ ଖବରଦାତା ଅଶୋକ ପଣ୍ଡା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବରିଷ୍ଠ ଫଟୋ ଖବରଦାତା ଅଶୋକ କୁମାର ପଣ୍ଡାଙ୍କର ଶୁକ୍ରବାର ସକାଳେ ଏକ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି । ସେ ଦୈନିକ ଖବର କାଗଜ ‘ସମୟ’ ସହିତ ଦୀର୍ଘ ବର୍ଷ ହେଲା ଜଡ଼ିତ ଥିଲେ । ତେବେ ଆଜି ଅଶୋକ ରଥଯାତ୍ରା ଅବସରରେ ଫଟୋ ସଂଗ୍ରହ ପାଇଁ ବାଇକ୍‌ ଯୋଗେ ପୁରୀ ଯାଉଥିବା ବେଳେ ସାତଶଙ୍ଖ ନିକଟରେ କୌଣସି ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

Leave A Reply

Your email address will not be published.