ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢିଗଲା ଟ୍ରକ : ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢିଗଲା ଟ୍ରକ । ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର । ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ କୋଇଲା ବୋଝେଇ ଟ୍ରକ (ଓଡି୧୬ଇ୪୭୫୭) ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢିଯାଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ ଡ୍ରାଇଭର ଜଣକ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡିଛି । ଟ୍ରକଟି ଗୋପାଳପୁରରୁ ଲାଞ୍ଜିଗଡ ଯାଉଥିବା ବେଳେ ବଲାଙ୍ଗିର ସହର ଭିତରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଟାଉନ ଥାନା ପୁଲିସ ଡ୍ରାଇଭରଙ୍କୁ ଅଟକ ରଖି ପଚରା ଉଚୁରା କରୁଥିବା ଜଣାପଡିଛି ।

Leave A Reply

Your email address will not be published.