ସଡକ ଦୁର୍ଘଟଣା : ଚାଳକ ଗୁରୁତର

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା ୧୦ ନମ୍ବର ରାଜ୍ୟ ରାଜପଥର ଜରଙ୍ଗଲୋଇ ବସ୍‌ଷ୍ଟାଣ୍ଡ ନିକଟ ରାସ୍ତାପାର୍ଶ୍ୱରେ ଛିଡ଼ା ହୋଇଥିବା ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ସୋମବାର ସକାଳୁ ଏକ ସରକାରୀ ଯାତ୍ରୀବାହୀ ବସ୍‌ ଧକ୍କା ଦେବାରୁ ବସ୍‌ ଡ୍ରାଇଭର ଗୁରୁତର ହୋଇଥିବା ବେଳେ ୫ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ଜରଙ୍ଗଲୋଇ ବସ୍‌ଷ୍ଟାଣ୍ଡ ନିକଟ ରାସ୍ତାରେ ରବିବାର ଏହି ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତାପାର୍ଶ୍ୱରେ ଅଟକି ରହିଥିଲା । ଆଜି ଭୋର୍‌ରୁ ଜୟପୁରରୁ ରାଉରକେଲା ଅଭିମୁଖେ ଓଡ଼ିଶା ରାଜ୍ୟ ପରିବହନ ନିଗମର ଏକ ଯାତ୍ରୀବାହୀ ବସ୍‌ ଯାଉଥିଲା । ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଟ୍ରକ୍‌ ପଛରେ ପିଟି ହୋଇଯାଇଥିଲା । ଟ୍ରକ୍‌ରେ କେହି ନ ଥିବା ବେଳେ ବସ୍‌ ଡ୍ରାଇଭର ଗୁରୁତର ହୋଇଛନ୍ତି । ଖବର ପାଇ ପୋଲିସ ଏବଂ ଅଗ୍ନିଶମ ବିଭାଗ ପହଞ୍ଚି ଡ୍ରାଇଭରଙ୍କୁ ଉଦ୍ଧାର କରିଛନ୍ତି । ତାଙ୍କୁ ପ୍ରଥମେ ବଡ଼ଗାଁ ଡାକ୍ତରଖାନାକୁ ପଠାଯାଇଥିବା ବେଳେ ଅବସ୍ଥା ଗୁରୁତର ଥିବାରୁ ରାଉରକେଲା ସ୍ଥାନାନ୍ତର କରାଯାଇଛି ।

Leave A Reply

Your email address will not be published.