ls

ସଡକ ଦୁର୍ଘଟଣା : ୧ ଗୁରୁତର ଆହତ

sb

ପାଟଣା : କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ଚେମଣା ଜଙ୍ଗଲ ନିକଟରେ ଟ୍ରାକ୍ଟର ଧକ୍କାରେ ଜଣେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଥିବା ଜଣାପଡିଛି । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପଥକର ଫାଟକ ରୋଗୀଯାନ ଯୋଗେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ଗୁରୁତର ବ୍ୟକ୍ତି ଜଣଙ୍କ ମୟୁରଭଞ୍ଜ ଜିଲ୍ଲା ଶୁକୃଳି ନିକଟ ଟେରଣ୍ଟି କୁଦୁର ସାହିର ଲକ୍ଷ୍ମୀଧର ଗିରି ବୋଲି ଜଣାପଡିଛି । ସେ କେନ୍ଦୁଝରରୁ ବାଇକ୍ ଯୋଗେ ନିଜ ଗ୍ରାମକୁ ଫେରୁଥିବା ସମୟରେ ଚେମଣା ଜଙ୍ଗଲ ନିକଟରେ ସାମ୍ନାରୁ ଆସୁଥିବା ଏକ ଟ୍ରାକ୍ଟର ସହ ତାଙ୍କର ଧକ୍କା ହୋଇଥିଲା । ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ତାଙ୍କ ଅବସ୍ଥା ଗୁରୁତର ରହିଛି । ଘଟଣାସ୍ଥଳରେ ତୁରୁମୁଙ୍ଗା ପୁଲିସ ପହଞ୍ଚି ତଦନ୍ତ କରୁଛି ।

pc pk
Leave A Reply

Your email address will not be published.