ls

ବହିରା ଛକରେ ସିରିଜ୍ ଦୁର୍ଘଟଣା, ୨ ମୃତ

sb

ବାଉଁଶୁଣୀ : ବୌଦ୍ଧ-ସୋନପୁର ୫୭ ନମ୍ବର ଜାତୀୟ ରାଜପଥ ବହିରା ଛକରେ ସିରିଜ୍ ଦୁର୍ଘଟଣା ଘଟିଛି । ସୋନପୁର ପଟରୁ ଦୃତ ଗତିରେ ଆସୁଥିବା ଏକ ସ୍କର୍ପିଓ ବହିରା ଛକରେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ କାର୍‌ ଓ ୬ଟି ବାଇକ୍‌କୁ ଧକ୍କା ଦେଇଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା । ସୂଚନା ଅନୁଯାୟୀ, ସୋନପୁର ପଟରୁ ଦୃତ ଗତିରେ ଆସୁଥିବା ଏକ ସ୍କର୍ପିଓ ବହିରା ଛକରେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ କାର୍‌ ଓ ୬ଟି ବାଇକକୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ଅଇଁଲାପାଲି ଗ୍ରାମର ପଞ୍ଚାୟତ ନିର୍ବାହୀ ଅଧିକାରୀ ଗୋବିନ୍ଦ ସାହୁ ଏବଂ ଗାଁର ରବି ସାହୁଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଯାଇଛି । ଫଳରେ ଘଟଣାସ୍ଥଳରେ ଉତ୍ତେଜନା ଦେଖା ଦେଇଥିଲା । ବାଉଁଶୁଣୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିଛି । ଏହା ସହ ଦୁର୍ଘଟଣା ଘଟାଇଥିବା ସ୍କର୍ପିଓକୁ ଜବତ କରି ମାଲିକକୁ ଅଟକ ରଖିଛି । ସେପଟେ ଗ୍ରାମବାସୀମାନେ ବୌଦ୍ଧ-ସୋନପୁର ୫୭ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ ।

pc pk
Leave A Reply

Your email address will not be published.