om academy

ଚୁଡାପାଲିଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ, ୨ ଗୁରୁତର

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ଥାନା ଅନ୍ତର୍ଗତ ଚୁଡାପାଲିଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ଅବସ୍ଥାରେ ଭୀମଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ବଲାଙ୍ଗିର ସଦର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି । ସୂଚନା ଅନୁସାରେ ଏକ ପେସନ ପ୍ରୋ ବାଇକ ଯୋଗେ ୩ ଜଣ ପାଟଣାଗଡ ଅଭିମୁଖେ ଯାଉଥିବା ବେଳେ ଏକ ପିକ୍‌ଅପ୍‌ ଗାଡି ତାଙ୍କୁ ପଛପଟୁ ଧକ୍କା ଦେଇଥିଲା ଫଳରେ ଘଟଣାସ୍ଥଳରେ ହିଁ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ଅବସ୍ଥାରେ ଭୀମଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି । ତେବେ ଏମାନଙ୍କ ପରିଚୟ ମିଳିପାରିନାହିଁ ।

Leave A Reply

Your email address will not be published.

two × 2 =