ମର୍ମନ୍ତୁଦ ସଡକ ଦୁର୍ଘଟଣା : ଜଣେ ମୃତ, ଜଣେ ଗୁରୁତର

ବୌଦ୍ଧ : ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ବ୍ରାହ୍ମଣଗାଁ ଛକଠାରେ ଶନିବାର ସନ୍ଧ୍ୟାରେ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି । ସୂଚନାନୁଯାୟୀ, ତିଳେଶ୍ୱର ପଟରୁ ଭେଜିଗୋରା ଗ୍ରାମର ସୁଧାଂଶୁ ଭୋକ୍ତା(୧୮) ଏବଂ ରାଜନ ଭୋକ୍ତା (୪୦) ଦୁଇଜଣ ଏକ ବାଇକ୍‌ ଯୋଗେ ପୁରୁଣାକଟକ ପଟକୁ ଆସୁଥିବା ସମୟରେ ବ୍ରାହ୍ମଣଗାଁ ଛକଠାରେ ଭାରସାମ୍ୟ ହରାଇ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏଥିରେ ଦୁଇଜଣଯାକ ଗୁରୁତର ହୋଇଥିଲେ । ସ୍ଥାନୀୟ ଲୋକେ ଚାରିଛକ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଡାକ୍ତରଖାନା ନେଇଥିଲେ । ଡାକ୍ତର ସେଠାରେ ରାଜନଙ୍କୁ ମୃତ ଘୋଷଣା କରିଥିବା ବେଳେ ସୁଧାଂଶୁଙ୍କୁ ବୌଦ୍ଧ ମେଡିକାଲକୁ ସ୍ଥାନାନ୍ତର କରିଛନ୍ତି । ପୁରୁଣା କଟକ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଧିକ ତଦନ୍ତ ଚଳାଇଛି ।

Leave A Reply

Your email address will not be published.