ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୭ ମୃତ

ଯାଜପୁର : ଯାଜପୁର ଜିଲ୍ଲା ୧୬ ନଂ ଜାତୀୟ ରାଜପଥ ଚଣ୍ଡିଖୋଲ ନେଉଳପୁର ନିକଟ ସେଣ୍ଟ୍ରାଲ ବ୍ୟାଙ୍କ ସମ୍ମୁଖରେ ଶନିବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପଡିଛି । ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ଏକ ଆଇଚର ପିଟିବାରୁ ୭ ଜଣଙ୍କ ମୃତ୍ୟୁ ଘଟିଛି । ଧର୍ମଶାଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନାଯୋଗ୍ୟ, ୪ ଦିନ ହେଲା ଉକ୍ତ ରାସ୍ତାରେ ଦୁର୍ଘଟଣାଗ୍ରସ୍ତ ଏକ ଲୁହା ଗୁଣ୍ଡ ବୋଝେଇ ଟ୍ରକ୍‌ ଛିଡା ହୋଇଥିଲା । ଭୋରରୁ ଘନ କୁହଡ଼ୁି ହୋଇଥିବା ବେଳେ କୋଲକାତାରୁ ଦ୍ରୁତ ଗତିରେ ଆସୁଥିବା ଏକ କୁକୁଡ଼ା ବୋଝେଇ ଆଇଚର ଭାରସାମ୍ୟ ହରାଇ ଛିଡ଼ା ହୋଇଥିବା ଟ୍ରକ୍‌ ପଛ ପଟେ ପିଟି ହୋଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଆଇଚରରେ ଥିବା ୭ ଜଣଙ୍କ ମଧ୍ୟରୁ ଡ୍ରାଇଭରଙ୍କ ସମେତ ୬ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଆଉ ଜଣେ ଟ୍ରକ ଉପରେ ରହି ଯାଇଥିବା ବେଳେ ସେ ଗୁରୁତର ହୋଇଥିଲେ । ଧର୍ମଶାଳା ପୋଲିସ ଓ ଅଗ୍ନିଶମ ବାହିନୀ କର୍ମଚାରୀ ଗ୍ୟାସ କଟରରେ ଟ୍ରକ୍‌କୁ କାଟି ମୃତ ଦେହଗଡ଼ିକୁ ବାହାର କରିଥିଲେ । ଏଥିସହ ଟ୍ରକ ଉପରେ ଗୁରୁତର ଅବସ୍ଥାରେ ଥିବା ଜଣେ ବ୍ୟକ୍ତିଙ୍କୁ ଧର୍ମଶାଳା ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କ ମୃତ୍ୟୁ ଘଟିଛି । ମୃତଦେହଗଡ଼ିକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇ ଦିଆଯାଇଥିବା ବେଳେ ସେମାନଙ୍କ ପରିଚୟ ମିଳିପାରିନାହିଁ । ଆଇଚର ପଶ୍ଚିମବଙ୍ଗର ହୋଇଥିବା ବେଳେ ମୃତକ ମଧ୍ୟ ପଶ୍ଚିମବଙ୍ଗର ହୋଇଥିବା ଅନୁମାନ କରାଯାଉଛି ।

Leave A Reply

Your email address will not be published.