oum

ସଡ଼କ ଦୁର୍ଘଟଣାରେ ଜଣେ ଗୁରୁତର, ଜଣେ ଆହତ

jsm

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଥାନା ଅନ୍ତର୍ଗତ ଗଞ୍ଜାମ ବ୍ରିଜ୍‌ ନିକଟ ୧୬ ନଂ ଜାତୀୟ ରାଜପଥରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟ ଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି । ଖବର ନେବାରେ ଜଣାପଡିଛି, ୨ ଜଣ ଯୁବକ ଏକ ବାଇକ୍‌ ଯୋଗେ ଗଞ୍ଜାମରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ଅନ୍ୟ ଏକ ବାଇକ୍‌ ସହିତ ତାଙ୍କର ଧକ୍କା ହୋଇଥିଲା । ଫଳରେ ଦୁଇ ଜଣ ଯୁବକ ରାସ୍ତା ପାର୍ଶ୍ୱକୁ ଛିଟିକି ପଡ଼ିଥିଲେ । ପଛପଟୁ ଆସୁଥିବା ଏକ ଟ୍ରଲର ତାଙ୍କୁ ଧକ୍କା ଦେବା ଫଳରେ ବିଭୁଦତ୍ତ ସାହୁ(୩୬) ଗୁରୁତର ଭାବେ ଆହତ ହୋଇଥିଲେ । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତରିତ କରାଯାଇଛି ।

Leave A Reply

Your email address will not be published.