pakka

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୧ ମୃତ, ୧ ଗୁରୁତର

bbehera

ଫୁଲବାଣୀ : ସଦର ଥାନା ନିକଟ ବିଶିପଡ଼ା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ ଧକ୍କାରେ ଜଣେ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ବାଇକ ଚାଳକ ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ରବିବାର ଅପରାହ୍ନରେ ସଦର ଥାନା ଅନ୍ତର୍ଗତ କେଣ୍ଡ୍ରିଗୁଡ଼ା ଗ୍ରାମର ୭୦ ବର୍ଷୀୟ ଚନ୍ଦ୍ରମଣି ଦିଗାଲ ବିଶିପଡ଼ା ଛକକୁ ମାଂସ କିଣିବାକୁ ଆସିଥିବା ବେଳେ ଫୁଲବାଣୀ ପଟୁ ଆସୁଥିବା ଏକ ବାଇକ(ଓଡ଼ି ୧୨- ଏ -୫୧୫୯) ତାଙ୍କୁ ଧକ୍କା ଦେଇଥିଲା । ଫଳରେ ସେ ସେଠାରେ ପଡ଼ି ଯାଇଥିଲେ । ସଦର ପୁଲିସ ତାଙ୍କୁ ତୁରନ୍ତ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା । ତେବେ ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ଅପରପକ୍ଷରେ ବାଇକ ଚାଳକ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ତେବେ ସେ ଅଚେତ ଅବସ୍ଥାରେ ଥିବାରୁ ପରିଚୟ ମିଳି ପାରିନାହିଁ । ଏ ନେଇ ମୃତ ବ୍ୟକ୍ତିଙ୍କ ବୋହୂ ସୁଚିସ୍ମିତା ଦିଗାଲ ସଦର ଥାନାରେ ଏତଲା ଦେଇଛନ୍ତି । ସଦର ପୋଲିସ ୩୧/୨୩ରେ ଏକ ମାମଲା ରୁଜ୍ଜୁ କରି ତଦନ୍ତ ଆରମ୍ଭ କରିବା ସହିତ ବାଇକକୁ ଜବତ କରାଯାଇଛି ବୋଲି ସୂଚନା ଦେଇଛନ୍ତି ସଦର ଥାନା ଅଧିକାରୀ ସମୀର କୁମାର ରାଉତ କହିଛନ୍ତି ।

jay balangir
Leave A Reply

Your email address will not be published.

20 + 17 =