ନାଇଟ୍‌ ଏକ୍ସପ୍ରେସ ବସ୍ ଦୁର୍ଘଟଣାଗ୍ରସ୍ତ : ୨ ମୃତ, ୫ ଗୁରୁତର, ୨୦ରୁ ଅଧିକ ଆହତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଚାନ୍ଦିପୋଷରେ ଯାତ୍ରୀବାହୀ ନାଇଟ ଏକ୍ସପ୍ରେସ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଖବର ମିଳିଛି । ଏହି ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଅଛନ୍ତି ଏବଂ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ଖବର ମିଳିଛି । ଆହତ ମାନଙ୍କୁ ଉଦ୍ଧାର କରାଯାଇ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଚିକିତ୍ସିତ ହେଉଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ଜେପି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ସୂଚନା ମୁତାବକ ସୋମବାର ଭୋର୍‌ରୁ ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ପ୍ରଭା ନାମକ ଘରୋଇ ଯାତ୍ରୀବାହୀ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ଜାତୀୟ ରାଜପଥରେ ଛିଡା ହୋଇଥିବା ହାଇୱାକୁ ଯାତ୍ରୀବାହୀ ବସ୍‌ଟି ଧକ୍କା ଦେଇଥିଲା ଫଳରେ ଘଟଣା ସ୍ଥଳରେ ଜଣେ ମହିଳା ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ପରେ ବସ୍ ମାଲିକ ସତ୍ୟବ୍ରତ ନାୟକଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଅଧିକ ତଦନ୍ତ ଚଳାଇଥିବା ଜଣାପଡିଛି ।

Leave A Reply

Your email address will not be published.

error: Content is protected !!