
ଭଦ୍ରକ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭଦ୍ରକ ଜିଲ୍ଲା ଧାମନଗର ଦୋବଲ ମୁଖ୍ୟ ରାସ୍ତାର ଜରାନିବାସ ନିକଟରେ ଘଟିଛି ଦୁର୍ଘଟଣା । ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ । ବାକି ଆଉ ତିନି ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ବିଜୟା ଦଶମୀରେ ନଗର ପରିକ୍ରମା ଦେଖି ବାଇକ୍ରେ ଫେରୁଥିଲେ । ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଆଉ ଏକ ବାଇକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାଫଳରେ ଏହି ଦୁର୍ଘଟଣାରେ ଜଣେ ବାଇକ୍ ଆରୋହୀଙ୍କର ମୃତ୍ୟୁ ହୋଇଥିବା ବେଳେ ତିନି ଜଣ ଗୁରୁତର ହୋଇଥିଲେ । ଗୁରୁତରଙ୍କୁ ଉଦ୍ଧାର କରି ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ତାଙ୍କ ଅବସ୍ଥା ଗୁରୁତର ଥିବାରୁ ସମସ୍ତଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ତେବେ ମୃତକ ମୁହାଁଣପଡ଼ା ଗାଁର ବୋଲି ସୂଚନା ମିଳିଛି ।