କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣାରୁ ଭୁବନେଶ୍ୱରକୁ ସଂଯୋଗ କରୁଥିବା ୨୬ ନମ୍ବର ରାଜ୍ୟ ରାଜପଥର ଦେହେଲି ନିକଟରେ ଆଜି ସକାଳୁ ଏକ ମର୍ମନ୍ତୁଦ କାର ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣକର ମୃତ୍ୟୁ ଘଟିଥିବାବେଳେ ୫ ଜଣ ଗୁରୁତର ଥିବା ସୂଚନା ମିଳିଛି । ସୂଚନା ଅନୁସାରେ ସିଜି ୦୪ କେ ଜେଡ଼୍ ୭୮୯୦ ନମ୍ବର୍ ବିଶିଷ୍ଟ ଏକ ଧଳା ରଙ୍ଗର କାର୍ରେ ୬ ଜଣ ଯାତ୍ରୀ ମାଲକାନଗିରିରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ଦେହେଲି ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡରେ ଥିବା ଏକ ଗଛରେ କାର ପିଟି ହୋଇଥିଲା । ଫଳରେ ଘଟଣା ସ୍ଥଳରେ ଜଣକର ମୃତ୍ୟୁ ଘଟିଛି । ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି । ଅନ୍ୟ ମାନଙ୍କୁ ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭତ୍ର୍ତ୍ତି କରାଯାଇଛି ।
Prev Post
Next Post