mahavir

ବିବାହ ଭୋଜିରୁ ଫେରିବା ବେଳେ ହାଇୱାକୁ ପିଟିଲା ବୋଲେରୋ : ଦୁର୍ଘଟଣାରେ ୫ ମୃତ

ଯାଜପୁର : ବିବାହ ଉତ୍ସବ ସାରି ଫେରୁଥିବା ବେଳେ ଭୟଙ୍କର ଦୁର୍ଘଟଣା । ଘରକୁ ଫେରିପାରିଲେନି ବରଯାତ୍ରୀ । ଜେନାପୁର ଥାନା ବରଡ଼ା ବେହେରା ଟାଙ୍କୀ ଛକ ନିକଟରେ ଏକ ହାଇୱାକୁ ପିଟିଲା ବୋଲେରେ । ଦୁର୍ଘଟଣାରେ ଡ୍ରାଇଭରଙ୍କ ସମେତ ୫ ଯାତ୍ରୀଙ୍କ ମୃତ୍ୟୁ ଘଟିଛି । ଦୁର୍ଘଟଣାରେ ୮ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତଙ୍କୁ ମେଡିକାଲରେ ଚିକିତ୍ସା ଜାରି ରହିଛି । ଆହୁରି ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି । ସୂଚନା ଯୋଗ୍ୟ ଯେ, ଯାଜପୁର ଜିଲ୍ଲା ବଡ଼ଚଣା ଅଞ୍ଚଳରୁ ଏକ ବିବାହ ଉତ୍ସବରେ ଯୋଗ ଦେଇ ସମସ୍ତେ ବୋଲେରୋ ଯୋଗେ ଘରକୁ ଫେରୁଥିଲେ । ତେବେ ଜେନାପୁର ଥାନା ବରଡ଼ା ବେହେରା ଟାଙ୍କୀ ଛକ ନିକଟରେ ରାସ୍ତା ପାର୍ଶ୍ବରେ ଛିଡା ହୋଇଥିବା ହାଇୱାକୁ ଦ୍ରୁତ ଗତିରେ ଆସି ପଛପଟୁ ବୋଲେରୋ ଧକ୍କା ଦେଇଥିଲା । ଦୁର୍ଘଟଣା ଏତେ ଜୋରଦାର ଥିଲା ଯେ, ଘଟଣାରେ ସ୍ଥଳରେ ୫ ଜଣଙ୍କ ମୃତ୍ୟୁ ହୋଇଛି । ୮ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କରାଯାଇ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଯାଜପୁର ଏସ୍‌ଡ଼ିପିଓ, ବଡ଼ଚଣା ପୁଲିସ, ଜେନାପୁର ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.