jayashree

ପଣ୍ଡକିଟାଲ ନିକଟରେ ସଡ଼କ ଦୁର୍ଘଟଣା : ବୃଦ୍ଧଙ୍କ ମୃତ୍ୟୁ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ପଣ୍ଡକିଟାଲ ନିକଟରେ ଆଜି ଏକ ଦୁଃଖଦ ସଡ଼କ ଦୁର୍ଘଟଣା ଘଟିଛି । ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ମିଳିଥିବା ସୂଚନା ଅନୁସାରେ, ପଣ୍ଡକିଟାଲ ଗ୍ରାମର କୃଷ୍ଣଚନ୍ଦ୍ର ଡାଙ୍ଗ ଆଜି ସକାଳୁ ଶୌଚ କରିବାକୁ ଯାଉଥିବା ସମୟରେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା । ଦୁର୍ଘଟଣା ପରେ ଗାଡ଼ିଟି ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି । ଗୁରୁତର ଅବସ୍ଥାରେ କୃଷ୍ଣଚନ୍ଦ୍ରଙ୍କୁ ଡୁଙ୍ଗୁରିପାଲି ଡାକ୍ତରଖାନାକୁ ନିଆଯାଇଥିଲା । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ସୂଚନା ମିଳିଛି । ଘଟଣାର ଖବର ପାଇ ରାମପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଦୁର୍ଘଟଣା ଘଟାଇ ଫେରାର ହୋଇଥିବା ଅଜଣା ଗାଡ଼ିକୁ ଚିହ୍ନଟ କରିବା ସହ ଚାଳକଙ୍କୁ ଧରିବା ପାଇଁ ପୁଲିସ ତଦନ୍ତ ଜାରି ରଖିଛି ।

Leave A Reply

Your email address will not be published.