jayashree

ନୟାଗଡ଼ରେ ଭୟଙ୍କର ବସ୍ ଦୁର୍ଘଟଣା : ଡ୍ରାଇଭର ମୃତ, ୨୫ରୁ ଅଧିକ ଆହତ

ନୟାଗଡ଼ : ନୟାଗଡ଼ରେ ଘଟିଛି ଏକ ଭୟଙ୍କର ବସ୍ ଦୁର୍ଘଟଣା । ଇଟାମାଟି ଥାନା ଅଧୀନ ପଣ୍ଡୁସର ନିକଟରେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ଘରୋଇ ବସ୍ ରାସ୍ତାକଡ଼ରେ ଥିବା ଗଛକୁ ଧକ୍କା ଦେଇଛି । ଏହି ଦୁର୍ଘଟଣାରେ ବସ୍ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସୂଚନା ଅନୁସାରେ, ‘ରଣସିଂହ ଆଣ୍ଡ ରଣସିଂହ’ ନାମକ ଘରୋଇ ବସ୍ ଭୁବନେଶ୍ୱରରୁ ନୟାଗଡ଼ ଅଭିମୁଖେ ଯାଉଥିଲା । ପଣ୍ଡୁସର ନିକଟରେ ହଠାତ୍ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଗଛକୁ ଜୋରଦାର ଧକ୍କା ଦେଇଥିଲା । ଧକ୍କା ଏତେ ଜୋରଦାର ଥିଲା ଯେ ବସ୍‌ର ସାମ୍ନା ଭାଗ ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଥିଲା । ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ବସ୍‌ରେ ଥିବା ୨୫ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ । ଦୁର୍ଘଟଣାର ଖବର ପାଇ ସ୍ଥାନୀୟ ଲୋକଙ୍କ ସହ ପୁଲିସ ଓ ଏସ୍‌ଡିଆରଏଫ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚିଥିଲେ । ତୁରନ୍ତ ଆରମ୍ଭ ହୋଇଥିଲା ଉଦ୍ଧାର କାର୍ଯ୍ୟ । ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ନୟାଗଡ଼ ଜିଲ୍ଲା ମୁଖ୍ୟଚିକିତ୍ସାଳୟକୁ ନିଆଯାଇଥିଲା । ତେବେ ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି । ବସ୍‌ଟି କେଉଁ କାରଣରୁ ହଠାତ୍ ଭାରସାମ୍ୟ ହରାଇଲା, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଦୁର୍ଘଟଣାର ପ୍ରକୃତ କାରଣ ଜାଣିବା ପାଇଁ ଇଟାମାଟି ପୁଲିସ ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.