
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥ ଖାରି ନିକଟରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା । ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ମୁହାଁମୁହିଁ ଧକ୍କା ଫଳରେ ୩ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଏକ ହାଇୱା ଗାଡ଼ି ଓ ଭାରତ ପେଟ୍ରୋଲିୟମର ଗ୍ୟାସ୍ ଟାଙ୍କି ଗାଡ଼ି ମଧ୍ୟରେ ହୋଇଛି ମୁହାଁମୁହିଁ ଧକ୍କା । ଧକ୍କା ଏତେ ତୀବ୍ର ଥିଲା ଯେ, ଦୁଇଟି ଯାକ ଗାଡ଼ିର ସମ୍ମୁଖ ଭାଗ ବ୍ୟାପକ କ୍ଷୟକ୍ଷତି ହୋଇଛି । ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଥିବା ପ୍ରାଥମିକ ସୂଚନା ମିଳିଛି । ଦୁର୍ଘଟଣା ପରେ ଖବର ପାଇ ଘଟଣାସ୍ଥଳରେ ତରଭା ଥାନା ପୋଲିସ ପହଞ୍ଚି ଦୁର୍ଘଟଣା କେଉଁ ପରିସ୍ଥିତିରେ ଘଟିଲା, ସେନେଇ ତଦନ୍ତ ଆରମ୍ଭ କରିଛି ।