ସାତମାଇଲ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୧ ମୃତ, ୧ ଗୁରୁତର

ପୁଇଁନ୍ତଲା, (ଶମ୍ଭୁନାଥ ସାହୁ) : ସାତମାଇଲ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମୃତ ଓ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ ଜାତୀୟ ରାଜପଥ ୫୭ର ସାତମାଇଲ ଛକ ନିକଟରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଦେଖଣାହାରିମାନେ କହିଛନ୍ତି ଯେ, ବାଇକକୁ ଏକ ଟ୍ରକ୍ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଛି । ମୃତକ ଜଣକ କୁଲେରବାହାଲି ଗ୍ରାମର ଅର୍ଜୁନ ବାଗ ବୋଲି ଜଣାପଡିଛି । ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ପୁଇଁନ୍ତଲା ପୁଲିସ ପହଞ୍ଚି ଆହତଙ୍କୁ ଡାକ୍ତରଖାନାକୁ ପଠାଇବା ସହ ପରିସ୍ଥିତିକୁ ଆୟତ୍ତ କରିବାକୁ ଚେଷ୍ଟା କରିଛି ।

Leave A Reply

Your email address will not be published.