ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗସ୍ତ : ୧୦ରୁ ଅଧିକ ଯାତ୍ରୀ ଆହତ, ୨ ଗୁରୁତର

ଭଦ୍ରକ : ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗସ୍ତ । ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ଯାତ୍ରୀବାହୀ ବସ୍‌ ଭିତରୁ ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ଅଗ୍ନିଶମ ଗାଡ଼ି ଯୋଗେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ବସ୍‌କୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

ସୂଚନା ମୁତାବିକ, ଗତକାଲି ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ୍‌( ଡବ୍ଲୁ ବି ୨୯ବି୨୫୮୫) କୋଲକତାରୁ ପୁରୀ ଅଭିମୁଖେ ଯାଉଥିବା ବେଳେ ୧୬ ନମ୍ବର ଜାତୀୟ ରାଜପଥ ଭଦ୍ରକ ଯୋରାଗଡ଼ିଆ ନିକଟରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ବସ୍ ଭିତରୁ ଆହତ ଯାତ୍ରୀଙ୍କୁ ଉଦ୍ଧାର କରିଛି । ପରେ ସେମାନଙ୍କୁ ଚିକିତ୍ସା ନିମନ୍ତେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.