ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ପରିପ୍ରେକ୍ଷୀରେ ଶପଥ ପାଠ

ଟିଟିଲାଗଡ, (ଗୌରବ ଦର୍ଜୀ) : ଚଳିତ ବର୍ଷ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଅକ୍ଟୋବର ୨୭ ତାରିଖଠାରୁ ନଭେମ୍ବର ମାସ ୨ ତାରିଖ ପର୍ୟ୍ୟନ୍ତ ପାଳନ କରାଯାଉଛି । ଏହି ସପ୍ତାହ ପାଳନ ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ ଉପଜିଲ୍ଲାପାଳ କାର୍ୟ୍ୟାଳୟ ପରିସରରେ ଦୁର୍ନୀତି ନିବାରଣ ଶପଥ ପାଠ କାର୍ୟ୍ୟକ୍ରମର ଆୟୋଜନ କରାଯାଇଥିଲା ।

ଏହି ଶପଥ ପାଠ କାର୍ୟ୍ୟକ୍ରମରେ ତହସିଲ କାର୍ୟ୍ୟାଳୟର ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ଶପଥ ପାଠ କରିଥିଲେ । କୋଭିଡ-୧୯ କଟକଣାକୁ ଦୃଷ୍ଟିରେ ରଖି ଏହି ଶପଥ ପାଠ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶପଥ ପାଠରେ ଉପଜିଲ୍ଲାପାଳ ସୋମେଶ ଉପାଧ୍ୟାୟ, ତହସିଲଦାର ଆନନ୍ଦ ପଣ୍ଡା, ଉପଖଣ୍ଡୀୟ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଶ୍ରୀ ବେହେରା ପ୍ରମୁଖ ଉପସ୍ଥିତ ରହି ଶପଥ ପାଠ କରିଥିଲେ ।

Leave A Reply

Your email address will not be published.