pakka

ଆଇଟିଆଇ ଛାତ୍ରଛାତ୍ରୀଙ୍କ ୯ ମାସର ହଷ୍ଟେଲ ଫି ଛାଡ କଲେ ମୁଖ୍ୟମନ୍ତ୍ରୀ

bbehera

ଭୁବନେଶ୍ୱର : ରାଜ୍ୟର ସମସ୍ତ ସରକାରୀ ଆଇଟିଆଇରେ ପାଠ ପଢୁଥିବା ସମସ୍ତ ଛାତ୍ରଛାତ୍ରୀଙ୍କର ନଅ ମାସର ହଷ୍ଟେଲ ଫିସ୍ ଛାଡ କରାଯାଇଛି । ତେବେ ଆଜି ଏହି ନିର୍ଦ୍ଦେଶ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଛନ୍ତି । ଏହାଦ୍ୱାରା ସରକାରୀ ଆଇଟିଆଇରେ ପଢୁଥିବା ରାଜ୍ୟର ପ୍ରାୟ ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୦୨୦ ମସିହା ଏପ୍ରିଲଠାରୁ ଡିସେମ୍ବର ମାସ ପର‌୍ୟ୍ୟନ୍ତ ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି। କୋଭିଡ ଯୋଗୁ ଏହି ସମୟରେ ଛାତ୍ରଛାତ୍ରୀ ହଷ୍ଟେଲରେ ରହୁ ନ ଥିଲେ। ଆଇଟିଆଇ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ହଷ୍ଟେଲର ଦେୟ ବାବଦରେ ମାସିକ ୧୨୫ ଟଙ୍କା ଦେଇଥାନ୍ତି । ତେଣୁ ପ୍ରତ୍ୟେକ ଛାତ୍ରଛାତ୍ରୀ ୯ ମାସରେ ୧୧୨୫ ଟଙ୍କା ଦେୟ ହଷ୍ଟେଲ ଫି ବାବଦରେ ଛାଡ ପାଇବେ ।

jay balangir
Leave A Reply

Your email address will not be published.

eighteen + three =

error: Content is protected !!