centurian jitm

ଦେବଙ୍ଗ ଗାଁରେ ୧୧ତମ ନିଶାମଣି ଭୋଇ ସ୍ମାରକୀ ଫୁଟବଲ, ସେମିଫାଇନାଲ୍‌ରେ କଣ୍ଟାବାଞ୍ଜି ଦଳ

nschool

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପତ୍ରାପାଲି (କ) ପଞ୍ଚାୟତ ଦେବଙ୍ଗ ଗାଁରେ ୧୧ତମ ନିଶାମଣି ଭୋଇ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଜାରି ରହିଛି । ଏଥିରେ ଅତିଥି ଭାବେ ପତ୍ରାପାଲି ସରପଞ୍ଚ ରାଧେକୃଷ୍ଣ ଦୀପ, ମୁରିବାହାଲ ସରପଞ୍ଚ ବିଶ୍ୱବିହାରୀ ଯୋଶୀ, ଲଖନା ସରପଞ୍ଚ ସଦାନନ୍ଦ ଦୀପ, ଗୋଇମୁଣ୍ଡ ସରପଞ୍ଚ କାଳିଆ ସରାଫ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ । କଣ୍ଟାବାଞ୍ଜି ଓ ଝରବାହାଲି ଦଳ ମଧ୍ୟରେ ମ୍ୟାଚ୍‌ ହୋଇଥିବା ବେଳେ ଝରବାହାଲି ଦଳକୁ ପରାସ୍ତ କରି କଣ୍ଟାବାଞ୍ଜି ଦଳ ସେମିଫାଇନାଲ୍‌ରେ ପ୍ରବେଶ କରିଛି । ରେଫରି ବିବଚ୍ଛ ମାଝୀ ଖେଳ ପରିଚାଳନା କରିଥିବା ବେଳେ ଲାଇନରେ ବୈଷ୍ଣବ ତାଣ୍ଡି ଓ ନବୀନ ସରାଫ ସହଯୋଗ କରିଥିଲେ । ଆୟୋଜକ କମିଟିର ସଭାପତି ରାଜେନ୍ଦ୍ର ଭୋଇ, ସମ୍ପାଦକ ଗଣାଦୀପ ଦାସ, ସହସମ୍ପାଦକ ମୋହନ ନେଉରା, ସଂଗଠକ ନେତ୍ରମଣି ଭୋଇ, ଡୋଳାମଣି ଦାସ, ତ୍ରିନାଥ ଭୋଇ, ସୁଧାଂଶୁ ଭୋଇ ଓ ସହିଦ ମହମ୍ମଦ ପ୍ରମୁଖଙ୍କ ସହ ଆୟୋଜକ କମିଟିର ସମସ୍ତ ସଦସ୍ୟମାନେ ସହଯୋଗ କରିଥିଲେ । ଆସନ୍ତା ଜାନୁଆରୀ ୩ ତାରିଖ ଦିନ ଫାଇନାଲ୍‌ ମ୍ୟାଚ ଖେଳାଯିବ ବୋଲି ଆୟୋଜକ କମିଟି ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.