centurian jitm

ଜିଲ୍ଲାସ୍ତରୀୟ ଫୁଟବଲ୍ ପ୍ରତିଯୋଗିତା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

nschool

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲେବଡା ପଞ୍ଚାୟତ ସ୍ଥିତ ପାଟଣେଶ୍ୱରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖେଳ ପଡିଆରେ ଚଳିତ ଅଗଷ୍ଟ ୨୧, ୨୨ ଓ ୨୩ତାରିଖ ତିନି ଦିନ ଧରି ଉଭୟ ବାଳକ ଓ ବାଳିକା ବିଭାଗର ଜିଲ୍ଲାସ୍ତରୀୟ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହେବ ବୋଲି ଜଣାପଡିଛି । ଆଜି ଗୁରୁବାର ବିଦ୍ୟାଳୟରେ ଏ ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ବରିଷ୍ଠ ଖେଳ ଶିକ୍ଷକ ଵିନୋଦ ମହାପାତ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ମୁରିବାହାଲ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ପଢ଼ିହାରୀ ମୁଖ୍ୟ ଅତିଥି, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ପାତ୍ର, ପୂର୍ବତନ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଅନ୍ତର୍ଯ୍ୟାମୀ ବିଶ୍ଵାଳ, ବରିଷ୍ଠ ଖେଳ ଶିକ୍ଷକ ହେମନ୍ତ କୁମାର ପ୍ରଧାନ, ଲେବଡା ପ୍ରଧାନ ଶିକ୍ଷକ କିଶୋର ଚନ୍ଦ୍ର ପଣ୍ଡା, ମୁରିବାହାଲ ହାଇସ୍କୁଲ ପ୍ରଧାନ ଶିକ୍ଷକ ସୁନୀଲ କୁମାର ପାତ୍ର, ବ୍ଲକ ଖେଳ ଶିକ୍ଷକ ସମ୍ପାଦକ କୁବେରଲାଲ ବେହେରା, ଦେବଙ୍ଗ ଇନ୍ଦିରା ଗାନ୍ଧୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରାମରତନ ମେହେର ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ । ଏହି ପ୍ରତିଯୋଗିତାକୁ ସୁଚାରୁ ରୁପେ ପରିଚାଳନା ତଥା ସମାପନ କରିବା ପାଇଁ ବିଭିନ୍ନ ପ୍ରକାରର କମିଟି ଓ ସବକମିଟି ଗଠନ କରାଯାଇଥିଲା । ଏହି ପ୍ରସ୍ତୁତି ବୈଠକରେ ବ୍ଲକର ସମସ୍ତ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ, ଖେଳ ଶିକ୍ଷକ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଖେଳ ଶିକ୍ଷକମାନେ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ତେନ୍ତୁଳିଖୁଣ୍ଟି ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସତ୍ୟ କୁମ୍ଭାର ଧନ୍ୟବାଦ ଦେଇଥିଲେ ।

Leave A Reply

Your email address will not be published.