ରିଷିଡା କପ୍‌ ଫୁଟବଲ ଟୁର୍ଣ୍ଣାମେଣ୍ଟ

  • ସିଆଲି ସୋନପୁରକୁ ହରାଇ ତୁଷୁରା ଫାଇନାଲରେ

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଷିଡା ଠାରେ ରିଷିଡା ଯୁବାମଞ୍ଚ ପକ୍ଷରୁ ବାପୁଜୀ ମିନିଷ୍ଟାଡିୟମ ଠାରେ ଚାଲିଥିବା ରିଷିଡା କପ୍‌ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ପଞ୍ଚମ ଦିନ ମ୍ୟାଚ୍‌ ତଥା ପ୍ରଥମ ସେମିଫାଇନାଲ ସୋନପୁର ସିଆଲି ଓ ତୁଷୁରା ଇଲେଭେନଷ୍ଟାର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ତୁଷୁରା ଦଳ ୨-୧ ଗୋଲରେ ସୋନପୁର ସିଆଲିକୁ ପରାସ୍ତ କରି ଫାଇନାଲକୁ ପ୍ରବେଶ କରିଛି । ମ୍ୟାଚ୍‌କୁ ଆନ୍ତର୍ଜାତୀୟ ରେଫରୀ ନବୀନ କୁମାର ନାଏକ, ଲଳିତ ଦାସ, ସନ୍ଦୀପ ତରିଆ ଓ ପିଙ୍କୁ ଚନ୍ଦନ ପରିଚାଳନା କରିଥିଲେ । ଏହି ମ୍ୟାଚ୍‌ରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ଭୂପିନ୍ଦର ସିଂ, ସମ୍ମାନିତ ଅତିଥି ଭାବେ ବିଜୁ ଜନତା ଦଳର ବ୍ଲକ ସଭାପତି ସୁରେନ୍ଦ୍ର ଭୋଇ, ଯୁବ ଉଦ୍ୟୋଗପତି ଶିବଲାଲ କେଡ଼ିଆ, ଜେଡି କଲେଜ ଅଧ୍ୟକ୍ଷ ଗଦାଧର ପଧାନ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରହଲ୍ଲାଦ ରଣା, ବ୍ଲକ ଛାତ୍ର ବିଜେଡି ସଭାପତି ସଲିମ ଶେଖର ରଣା ଯୋଗ ଦେଇଥିଲେ । ଯୁବାମଞ୍ଚ ସଭାପତି ରଞ୍ଜନ କୁମାର ନାଏକ, ଯୁବାମଞ୍ଚ ସମ୍ପାଦକ ଉମାକାନ୍ତ ଭୋଇ, ଉପସଭାପତି ଗିରିଶ ଚନ୍ଦ୍ର ସୁନା, କୈଳାଶ କୁମୁରା ଟୁର୍ଣ୍ଣାମେଣ୍ଟ ସମ୍ପାଦକ ସୌମ୍ୟରଞ୍ଜନ ତ୍ରିପାଠୀ, ଯୁବାମଞ୍ଚ ସାଙ୍ଗଠନିକ ସମ୍ପାଦକ ସୋନୁ ରଣା, କୋଷାଧ୍ୟକ୍ଷ ଲିପୁନ ରଣା, ସାମ୍ବାଦିକ ସତ୍ୟନାରାୟଣ କୁମାର, ସିମାଞ୍ଚଳ ଭୋଇ, ସହସମ୍ପାଦକ ଦେବେନ୍ଦ୍ର ଲେଙ୍କା, ଅଜୟ କୁମାର, କୈଳାଶ କୁମାର, ଆକାଶ କୁମାର, ପ୍ରଦୀପ ମଲ୍ଲିକ, ପପୁ ସେଠ, ଲିପୁ ସେଠ, ବଣ୍ଟି ନାଏକ, ରାଜେଶ ଗଡତିଆ, ବବଲୁ ଦଣ୍ଡସେନା, ମୁକେଶ ନାଏକ, ତାରାଚନ ପୋଢ଼, ମନୋଜ ଅଗ୍ରୱାଲ ପ୍ରମୁଖ ସହଯୋଗ କରିଥିବା ବେଳେ କମ୍ବୁପାଣି ସାହୁ, ମଧୁସୂଦନ ବାଗ ଧାରା ବିବାରଣୀ ପ୍ରଦାନ କରିଥିଲେ । ସ୍କୋରବୋର୍ଡ ଦାୟିତ୍ୱରେ ଗୋବର୍ଦ୍ଧନ ମାଝୀ ରହିଥିଲେ । ଶନିବାର ଦ୍ୱିତୀୟ ସେମି ଫାଇନାଲ ମ୍ୟାଚ୍‌ ତୁର୍ଲା (ଟିଟିଲାଗଡ଼) ଓ ଜୁନାଗଡ଼ ମଧ୍ୟରେ ଅନୁଷ୍ଠିତ ହେବ ବୋଲି ଆୟୋଜକ କମିଟି ସଭାପତି ନରୋତ୍ତମ ସେଲମା ସୂଚନା ଦେଇଛନ୍ତି ।

Leave A Reply

Your email address will not be published.

19 + 13 =