csstore

୨ୟ ମନୋଜ ମାଝୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ : ମୁରିବାହାଲ ଓ ବଡ଼ଗମଡ଼ା ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଚୁଲିଫୁଙ୍କା ପଞ୍ଚାୟତ ମନିଗାଁରେ ୨ୟ ମନୋଜ ମାଝୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଚତୁର୍ଥ ଦିବସର ପ୍ରଥମ ରାଉଣ୍ଡରେ ମୁରିବାହାଲ ଓ ଭୋଜପୁର ଦଳ ମଧ୍ୟରେ ଖେଳ ହୋଇଥିବା ବେଳେ ମୁରିବାହାଲ ଦଳ ବିଜୟୀ ହୋଇଥିଲା । ଏଥିରେ ଅତିଥି ଭାବେ କପିଲାଭଟା ପଞ୍ଚାୟତ ସରପଞ୍ଚ ତୁଳସେ ଭୋଇ, ୱାର୍ଡ ସଭ୍ୟ ଦିଲୀପ ପୁଟେଲ, ୱାର୍ଡ ସଭ୍ୟ ଖୀର ଗହୀର, ମନିଗାଁର ସମାଜସେବୀ ଚମାର ମାଝୀ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ଦ୍ଵିତୀୟ ରାଉଣ୍ଡରେ ହଳଦୀ ଓ ବଡଗମଡ଼ା ଦଳ ମଧ୍ୟରେ ଖେଳ ହୋଇଥିବା ବେଳେ ବଡ଼ଗମଡ଼ା ଦଳ ବିଜୟୀ ହୋଇଥିଲା । ଦ୍ୱିତୀୟ ରାଉଣ୍ଡ ଅତିଥି ଭାବେ ଗନ୍ଧରାବନ୍ଧ ପଞ୍ଚାୟତ ସମିତି ସଭ୍ୟା ଶ୍ରୀମତୀ ସଭ୍ୟା ଜଗତ, ପୂର୍ବତନ କପିଲାଭଟା ପଞ୍ଚାୟତ ସରପଞ୍ଚଙ୍କ ପ୍ରତିନିଧି ଝସକେତନ ମହାନନ୍ଦ, ସମାଜସେବୀ ଝସକେତନ ଭୋଇ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ । ରେଫରି ଦୁଷ୍ମନ୍ତ ସାହୁ ଖେଳ ପରିଚାଳନା କରିଥିବା ବେଳେ ଲାଇନରେ ଡିସେମ୍ବର ଭୋଇ ଓ ବୁଲୁ ମାଝୀ ସହଯୋଗ କରିଥିଲେ । ବିଜୟ ସିଂ ଭୋଇ ଓ ଅଭୟ ବାଗ ଧାରା ବିବରଣୀ ପ୍ରଦାନ କରିଥିଲେ । ଆୟୋଜକ କମିଟିର ସଭାପତି ଅନୀଲ ମାଝୀ, ସମ୍ପାଦକ ଅମିତ ବାଗ, କୋଷାଧ୍ୟକ୍ଷ ସୁଦାମ ବାରିକ, ମହେଶ ମାଝୀ, ଜଗନ୍ନାଥ ମାଝୀ, ଆଶିଷ ବାଗ, ଯୁବରାଜ ମାଝୀ, ଆନନ୍ଦ ମାଝୀ, ସାନନ୍ଦ ମାଝୀ ପ୍ରମୁଖଙ୍କ ସମେତ କମିଟିର ସମସ୍ତ ସଦସ୍ୟ ମାନେ ସହଯୋଗ କରିଥିଲେ । ଆସନ୍ତା ଜାନୁଆରୀ ୧୨ ତାରିଖ ଦିନ ଫାଇନାଲ ମ୍ୟାଚ ଖେଳା ଯିବ ବୋଲି ଆୟୋଜକ କମିଟି ପକ୍ଷରୁ ସୂଚନା ମିଳିଛି ।

jayashree
Leave A Reply

Your email address will not be published.