csstore

ଅନ୍ଧାରିବାଞ୍ଜି ଉଚ୍ଚ ବିଦ୍ୟାଳୟରେ ମା’ ପାଇଁ ଗଛଟିଏ କାର୍ଯ୍ୟକ୍ରମ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଅନ୍ଧାରିବାଞ୍ଜି ଉଚ୍ଚ ବିଦ୍ୟାଳୟରେ ମା’ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଅବସରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ମତ୍ସ୍ୟ ଅଧିକାରୀ ବିଜୟ କୁମାର ସାହୁ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ଅନ୍ଧାରିବାଞ୍ଜି ଗ୍ରାମ ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ତେଜୋମୟୀ ସାହୁ, ପିଇଓ ମୁକେଶ ସାମନ୍ତରାୟ, ଅମରେଶ ଥନାପତି, ରମେଶ ସାହୁ ଯୋଗଦେଇ ଥିଲେ । ବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀ ଓ ଅତିଥିମାନଙ୍କ ଦ୍ୱାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଥିଲା । ତାପରେ ବିଦ୍ୟାଳୟ ସ୍ତରରେ ଆୟୋଜିତ କରାଯାଇ ଥିବା ପ୍ରବନ୍ଧ ଲିଖନ ଓ କୁଇଜ ପ୍ରତିଯୋଗିତାରେ କୃତିତ୍ୱ ଲାଭ କରିଥବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ, କର୍ମଚାରୀ ଓ ଗ୍ରାମପଞ୍ଚାୟତ ଅଫିସର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.