csstore

୪୦ ଜଣ ହିତାଧିକାରୀଙ୍କୁ ଗାଈ ଗୁହାଳ ପାଇଁ କାର୍ଯ୍ୟାଦେଶ ବଣ୍ଟନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟର ସଭାଗୃହଠାରେ ୪୦ ଜଣ ହିତାଧିକାରୀଙ୍କୁ ଗାଈ ଗୁହାଳ ପାଇଁ କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ବଙ୍ଗୋମୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ରିପୁନାଥ ସୁନାଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଲା ବେହେରା, ସମ୍ମାନୀୟ ଅତିଥି ଭାବେ ଜିଲ୍ଲା ପରିଷଦ ସଦସ୍ୟ ଓମ୍‌ ପ୍ରକାଶ କୁମ୍ଭାର, ସିନ୍ଧେକେଲା ସମିତି ସଭ୍ୟ ଭୋଳାନାଥ ବେହେରା, ଏପିଓ ଲକ୍ଷ୍ମଣ ବୁଡେକ, ସହକାରୀ ଯନ୍ତ୍ରୀ ଦେବ କୁମାର ପ୍ରଧାନ, କନିଷ୍ଠ ଯନ୍ତ୍ରୀ ଅନନ୍ତ ପ୍ରସାଦ ବିଡିକା ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ୪୦ ଜଣ ହିତାଧିକାରୀଙ୍କୁ ଗାଈ ଗୁହାଳ ପାଇଁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ । ଶୀଘ୍ର କାମ ଆରମ୍ଭ କରି ଶେଷ କରିବାକୁ ଅତିଥିମାନେ ପରାମର୍ଶ ଦେଇଥିଲେ । ଏଥିରେ ବ୍ଲକ କର୍ମଚାରୀମାନେ ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.