jayashree

ଗାଇସିଲାଟରେ ଅଭିଯୋଗ ଶୁଣାଣି

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲାଟ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏଥିରେ ବରଗଡ଼ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଆଦିତ୍ୟ ଗୋୟଲ, ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ପଦ୍ମପୁର ଉପଜିଲ୍ଲାପାଳ ଆଲୋକ ପଟେଲ, ବିଡିଓ ଲକ୍ଷ୍ମଣ ମାଝି, ତହସିଲଦାର ଟିଟସ ମହାନନ୍ଦିଆଂକ ସହ ସହପ୍ରଶାସନର ସମସ୍ତ ବିଭାଗୀୟ ଅଧିକାରୀ ଯୋଗଦେଇ ଜନସାଧାରଣଙ୍କ ସମସ୍ୟା ଶୁଣିଛନ୍ତି । ଏଥିରେ ମୋଟ୍ ୭୧ ଟି ସମସ୍ୟାର ସମାଧାନ ପାଇଁ ଲୋକେ ଆବେଦନ କରିଥିଲେ । ଗାଇସିଲାଟ ବ୍ଲକ କାର୍ଯ୍ୟଳୟ ପରିସରରେ ଥିବା ସଭାଗୃହରେ ଏହି ଶୁଣାଣି କାର୍ଯ୍ୟକ୍ରମ ହୋଇଥିଲା । ଏହି ଅଭିଯୋଗ ଶୁଣାଣିକୁ ଜନସାଧାରଣ ନିଜର ବିଭିନ୍ନ ୭୧ ଟି ସମସ୍ୟାର ସମାଧାନ ପାଇଁ ଆସିଥିଲେ । ମୋ ଘର, ରାସନ୍ କାର୍ଡ, ଶିକ୍ଷକ ଅଭାବ, ପାନୀୟଜଳ ଓ ବିଜୁଳି ଆଦି ଭଳି ବିଷୟରେ ଅଧିକାଂଶ ଅଭିଯୋଗ ଆସିଥିଲା । ଏସବୁ ସମସ୍ୟାର ତୁରନ୍ତ ସମାଧାନ କରିବାକୁ ଗୋୟଲ ଓ ବେହେରା ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ଓ ନିର୍ଦ୍ଦିଷ୍ଟ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଲୋକଙ୍କ ସମସ୍ତ ସମସ୍ୟାର ପ୍ରତିକାର କରିବା ପାଇଁ ଉଚିତ୍ ପଦକ୍ଷେପ ମଧ୍ୟ ଗ୍ରହଣ କରିଥିଲେ ।

Leave A Reply

Your email address will not be published.