pr

ବିକାଶ ଗୃପ ଅଫ ଇନଷ୍ଟିଚ୍ୟୁସନ ଭବାନୀପାଟଣାରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

dr. purohit

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ବିକାଶ ଗୃପ ଅଫ ଇନଷ୍ଟିଚ୍ୟୁସନ ଭବାନୀପାଟଣାରେ ଅହିଂସାର ପୂଜାରୀ ମହାତ୍ମାଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଛି । ଲକ୍ଷ୍ମୀ ବିକାଶ ଗୃପ ଅଫ ଇନଷ୍ଟିଚ୍ୟୁସନର ନିର୍ଦେଶକ ଡଃ. ଶ୍ୟାମ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଶିକ୍ଷା ପ୍ରଭାରୀ ଡଃ. ବିଜୟା ସମ୍ମାନୀୟ ଅତିଥି ଅଧ୍ୟକ୍ଷ ଯୁବରାଜ ନାୟକ, ଉପାଧ୍ୟକ୍ଷ ନାରାୟଣ ମହାନ୍ତି ଗୁପ୍ତେଶ୍ୱର ଖୁଣ୍ଟିଆ ପ୍ରମୁଖ ଅତିଥି ଭାବେ ମଞ୍ଚାସୀନ ଥିଲେ । ଅତିଥିମାନେ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜୀବନ ଦର୍ଶନ ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା । କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ବିକାଶ ବିଦ୍ୟାଳୟ ପରିସର ଓ ଭବାନୀପାଟଣା ସହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ସଫେଇ କାର୍ଯ୍ୟକ୍ରମ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସମସ୍ତ ଅଧ୍ୟାପକ କର୍ମଚାରୀମାନେ ସହଯୋଗ କରିଥିଲେ ।

nrusinghnath
Leave A Reply

Your email address will not be published.