ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତି ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ କାର୍ଯ୍ୟକାରୀ ସଭାପତି ମନୀଷ ମିଶ୍ରଙ୍କ ନେତୃତ୍ୱରେ ସ୍ଥାନୀୟ କଂଗ୍ରେସ ଭବନ ଠାରେ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଥମେ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲବାହାଦୁର ଶାସ୍ତ୍ରୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ କଂଗ୍ରେସ କର୍ମୀମାନେ ତାଙ୍କର ସ୍ମୃତିଚାରଣ କରିବା ସହ ଅଖଣ୍ଡ ଭାରତ ବର୍ଷ ନିର୍ମାଣରେ ଗାନ୍ଧିଜୀ ଏବଂ ଶାସ୍ତ୍ରୀଙ୍କ ଅବଦାନ ବିଷୟରେ ସ୍ମୃତିଚାରଣ କରିଥିଲେ । ପରେ ଗାନ୍ଧୀନଗର ସ୍ଥିତ ଗାନ୍ଧିଜୀଙ୍କ ପ୍ରତିମୁର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ପୂର୍ବତନ ବ୍ଲକ ସଭାପତି ଉମାକାନ୍ତ ସାହୁ, ଅସୀତ ମିଶ୍ର, ଅଜୟ ବାଲି, ସାନନ୍ଦ ମିଶ୍ର, ଜୁଲୁ ପଟ୍ଟନାୟକ, ମିଟୁ ସାହୁ, କୈଳାସ ମିଶ୍ରଙ୍କ ସମେତ ଅନ୍ୟମାନେ ସାମିଲ ଥିଲେ ।

Leave A Reply

Your email address will not be published.