ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ୱରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଦ୍ଵିତୀୟ ପ୍ରଧାନ ମନ୍ତ୍ରୀ ଲାଲବହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଉକ୍ତ ସଭାରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଭାର ଉଦ୍ଦେଶ୍ୟ ଜ୍ଞାପନ କରିବା ସହ ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଭାରତ ସ୍ଵାଧୀନତା ପାଇବାରେ ତାଙ୍କର ବଳିଦାନ ଅନନ୍ୟ ବୋଲି ପ୍ରକାଶ କରିଥିଲେ । ଶ୍ରେଣୀ ପ୍ରତିନିଧି ଭାବରେ ଦଶମ ଶ୍ରେଣୀର ଲିପ୍ସା ଯୁଆଡି ଓ ନବମ ଶ୍ରେଣୀର ଝରଣା ସାହୁ ଉଭୟ ମହାପୁରୁଷଙ୍କ ଜୀବନୀ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଛାତ୍ରଛାତ୍ରୀଙ୍କ ମଧ୍ୟରୁ ଅର୍ଚ୍ଚିତା, ସୁଜିତ, ପୂଜା, ଜନନିକା ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ । ଛାତ୍ରୀମାନେ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିବା ବେଳେ ଶିକ୍ଷକ କିରଣ କୁମାର ପୁଟେଲ ଧନ୍ୟବାଦ ପ୍ରଦାନ କରିଥିଲେ । ଶେଷରେ ଜାତୀୟ ସ୍ୱଚ୍ଛତା ଦିବସ ଅବସରରେ ଛାତ୍ରଛାତ୍ରୀମାନେ ବିଦ୍ୟାଳୟ ପରିସରକୁ ସଫା ସୁତୁରା କରିଥିଲେ । ଏହି କାର୍ଯ୍ୟକ୍ରମକୁ ବିଭୀଷଣ, ସ୍ନିଗ୍ଧା, ସମୀର ସୁରଜ ପ୍ରଭୃତି ସହଯୋଗ କରିଥିଲେ ।

Leave A Reply

Your email address will not be published.

error: Content is protected !!