oom

ବିଭିନ୍ନ ସ୍ଥାନରେ ଗାନ୍ଧୀ ଜୟନ୍ତୀ ପାଳିତ

jsmm

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଠାରେ ଆଜି ବଙ୍ଗୋମୁଣ୍ଡା ସାହିତ୍ୟ କଳା ପରିଷଦ ପକ୍ଷରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସାହିତ୍ୟ କଳା ପରିଷଦର ସଭାପତି ଡଃ ନାରାୟଣ ମିଶ୍ରଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଯୁବ ବିଜେଡି ସମ୍ପାଦକ ଅଜିତ କୁମାର ଯୋଶୀ, ସମ୍ମାନୀତ ଅତିଥି ଭାବେ ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘର ଯୁଗ୍ମ ସମ୍ପାଦକ ଅଶୋକ ନାରାୟଣ ଭୋଇ, ସୁଶାନ୍ତ ବେହେରା, କୋଶଲୀ କବି ଭକ୍ତବନ୍ଧୁ ସାହୁ ପ୍ରମୁଖ ଉପସ୍ଥିତ ରହି ଗାନ୍ଧୀଜୀଙ୍କ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ । ଯୁବ ସାମ୍ବାଦିକ ହୁଲେଶ୍ୱର ହଂସ ସଭା ସଂଯୋଜନା କରିଥିଲେ । ଏଥିରେ ସାହିତ୍ୟ କଳା ପରିଷଦର ସମସ୍ତ ସଦସ୍ୟମାନେ ସହଯୋଗ କରିଥିଲେ । ସେହିପରି ଭାଲୁମୁଣ୍ଡା ପଂଚାୟତ କାର୍ଯ୍ୟାଳୟ ପରିସରରେ ଜାତିର ପିତା ମହାତ୍ମ ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ଭାଲୁମୁଣ୍ଡା ପଂଚାୟତର ସରପଂଚ ଉପେନ୍ଦ୍ର ମେହେରଙ୍କ ନେତୃତ୍ୱରେ ଭାଲୁମୁଣ୍ଡା ପଂଚାୟତ କାର୍ଯ୍ୟାଳୟ ପରିସରରେ ଗାନ୍ଧୀଙ୍କ ଫେଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଦୀପ ପ୍ରଜଲ୍ୱନ କରିଥିଲେ । ଏଥିରେ ଗ୍ରାମ୍ୟ ରୋଜଗାର ସେବକ ଟଙ୍କଧର ବେହେରା, ରଘୁନାଥ ବେହେରା, ପଂଚାୟତର ସମସ୍ତ ଅଙ୍ଗନୱାଡି କର୍ମୀ, ଆଶା କର୍ମୀଙ୍କ ସହ ବହୁ ପୁରୁଷ ଓ ମହିଳା ମାନେ ସାମିଲ ହୋଇଥିଲେ ।

jittmm
Leave A Reply

Your email address will not be published.