କଂଗ୍ରେସ ନେତ୍ତୃବର୍ଗଙ୍କ ପକ୍ଷରୁ ଗାନ୍ଧୀଜୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର କଂଗ୍ରେସ କମିଟି ପକ୍ଷରୁ ସମାଜସେବୀ ଭାଗିରଥି ବେହେରାଙ୍କ ନେତ୍ତୃତ୍ୱରେ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସ୍ଥିତ ରିଜର୍ଭ ପୋଲିସ ପ୍ୟାରେଡ୍ ପଡିଆ ସମ୍ମୁଖରେ ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତିରେ ଭାଗିରଥି ବେହେରା ମାଲ୍ୟାର୍ପଣ କରି ଗଭୀର ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଯୁବନେତା ମହେଶ କୁମାର ଗୌଡ଼, କ୍ରିଷ୍ଣା ରେଡ୍ଡୀ ପ୍ରମୁଖ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଯୋଗଦେଇ ଗାନ୍ଧୀ ଓ ଶାସ୍ତ୍ରୀଜୀଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ତାଙ୍କରି ସ୍ମୃତିଚାରଣ କରିଥିଲେ ।

Leave A Reply

Your email address will not be published.